Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 13

ଅର୍ଥୋଡକ୍ସ ପଞ୍ଜିକା · 31 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 13 ଅଗଷ୍ଟ 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ ଅଷ୍ଟମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Forefeast of the Procession of the Venerable and Life-Creating Cross of the Lord

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.କରି 11:8–22

8କାରଣ ପୁରୁଷ ସ୍ତ୍ରୀଠାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ସ୍ତ୍ରୀ ପୁରୁଷଠାରୁ ଉତ୍ପନ୍ନ ହୋଇଅଛି। 9ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା। 10ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ। 11ତଥାପି ପ୍ରଭୁଙ୍କଠାରେ ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ କିମ୍ବା ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ। କାରଣ ସ୍ତ୍ରୀ ଯେପରି ପୁରୁଷଠାରୁ ଉତ୍ପନ୍ନ, 12ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ୱାରା ଉତ୍ପନ୍ନ କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ଉତ୍ପନ୍ନ। 13ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ? 14ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ, 15କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ୱରୂପେ ତାହାର କେଶ ତାହାକୁ ଦିଆଯାଇଅଛି। 16କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ବରଙ୍କ ମଣ୍ଡଳୀ-ସମୂହର ମଧ୍ୟ ନାହିଁ। 17କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି। 18କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି। 19ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ। 20ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ; 21କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ ହୁଏ। 22କଅଣ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ? କିମ୍ବା ତୁମ୍ଭେମାନେ କଅଣ ଈଶ୍ବରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ? ମୁଁ ତୁମ୍ଭମାନଙ୍କୁ କଅଣ କହିବି? କଅଣ ତୁମ୍ଭମାନଙ୍କର ପ୍ରଶଂସା କରିବି? ଏହି ବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ।

ପତ୍ର (ଶନିବାର ପାଇଁ)

ରୋମୀ 13:1–10

1ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ। 2ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ। 3କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ, 4କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି। 5ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ। 6ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି। 7ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର। 8ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି। 9କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର। 10ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।

ସୁସମାଚାର

ମାଥି 17:10–18

10ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ? 11ସେ ଉତ୍ତର ଦେଲେ, “ଏଲୀୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, 12କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ତ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି। ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।” 13ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ। 14ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା, 15ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି। 16ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରିପାରିଲେ ନାହିଁ। 17ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।” 18ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା।

ସୁସମାଚାର (ଶନିବାର ପାଇଁ)

ମାଥି 12:30–37

30ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ। 31ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ। 32ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।” 33“ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ। 34ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ। 35ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ। 36କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ; 37ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 31 ନାଗରିକ ପଞ୍ଜିକାର ଅଗଷ୍ଟ 13। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର