Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 14

ଅର୍ଥୋଡକ୍ସ ପଞ୍ଜିକା · 1 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 14 ଅଗଷ୍ଟ 2027

ଶନିବାର · ପେଣ୍ଟିକଷ୍ଟ ପରେ ଅଷ୍ଟମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Procession of the Honorable Wood of the Life-giving Cross of the Lord

ଶୟନ ପର୍ବର ଉପବାସ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର (କ୍ରୁଶ ପାଇଁ)

ପ୍ର.କରି 1:18–24

18କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ। 19ଯେଣୁ ଏହା ଲେଖାଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା।” 20ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି? 21କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ। 22କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍‍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି, 23କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ, 24କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।

ପତ୍ର (ଶହୀଦମାନଙ୍କ ପାଇଁ)

ଏବ୍ରୀ 11:33–12:2

33ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ, 34ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ। 35ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ। 36ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ; 37କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ 38ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା। 39ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ, 40ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି। 12:1ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ। 2ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।

ସୁସମାଚାର (କ୍ରୁଶ ପାଇଁ)

ଯୋହ 19:6–11, 13–20, 25–28, 30–35

6ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ। 7ଯିହୁଦୀ ଲୋକମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ବରଙ୍କ ପୁତ୍ର ବୋଲି କହିଅଛି 8ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ; 9ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ। 10ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ? 11ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।” 13ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି “ପ୍ରସ୍ତରମଣ୍ଡପ” ଯାହାକୁ ଏବ୍ରୀ ଭାଷାରେ “ଗବ୍‍ବଥା” ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ। 14ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା! 15ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ। 16ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ। 17ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍‌ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ। 18ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଅନ୍ୟ ଦୁଇ କ୍ରୁଶରେ ଚଢ଼ାଇଲେ, ଦୁଇ ପାର୍ଶ୍ୱରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ। 19ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା। 20ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍‍ ଓ ଗ୍ରୀକ୍‍ ଭାଷାରେ ଲେଖା ହୋଇଥିଲା। 25କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍‌ଦଲୀନୀ ମରୀୟମ ଠିଆ ହୋଇଥିଲେ। 26ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!” 27ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ। 28ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।” 30ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, “ସମାପ୍ତ ହେଲା” ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ। 31ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ। 32ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ। 33ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ, 34କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍‍କ୍ଷଣାତ୍‍ ରକ୍ତ ଓ ଜଳ ବାହାର ହେଲା। 35ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।

ସୁସମାଚାର (ଶହୀଦମାନଙ୍କ ପାଇଁ)

ମାଥି 10:32–36; 11:1

32“ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି। 33ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।” 34“ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ୍ଗ ଦେବାକୁ ଆସିଅଛି। 35କାରଣ ମୁଁ ‘ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢ଼ାଇବାକୁ ଆସିଅଛି, 36ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ।’ 11:1ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ।

ପତ୍ର (ଜଳର ଆଶୀର୍ବାଦ ସମୟରେ)

ଏବ୍ରୀ 2:11–18

11ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି, 12ଯେପରି ସେ ଈଶ୍ବରଙ୍କୁ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସଭା ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,” 13ପୁନଶ୍ଚ କହନ୍ତି, “ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି।” ପୁନର୍ବାର, “ଏହି ଦେଖ, ମୁଁ ଓ ଈଶ୍ବରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ।” 14ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରିପାରନ୍ତି; 15ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି। 16କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି। 17ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। 18କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।

ସୁସମାଚାର (ଜଳର ଆଶୀର୍ବାଦ ସମୟରେ)

ଯୋହ 5:1–4

1ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କଲେ। 2ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍‍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ। 3ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ। [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ; 4କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।]

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 1 ନାଗରିକ ପଞ୍ଜିକାର ଅଗଷ୍ଟ 14। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର