ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 15
ଅର୍ଥୋଡକ୍ସ ପଞ୍ଜିକା · 2 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 15 ଅଗଷ୍ଟ 2027
ରବିବାର · ସ୍ୱର 7
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ ଅଷ୍ଟମ ରବିବାର
ଶୟନ ପର୍ବର ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ଅଷ୍ଟମ ସୁସମାଚାର
11କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ, 12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ। 13ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ। 14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ। 15ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି। 16ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍, ହେ ଗୁରୁ। 17ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’” 18ମଗ୍ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।
ପତ୍ର
10ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ। 11କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋʼ ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି। 12ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର। 13ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ? 14କାଳେ ତୁମ୍ଭେମାନେ ମୋହର ନାମରେ ବାପ୍ତିଜିତ ହୋଇଅଛ ବୋଲି କେହି କହିବ, 15ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକୁ ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ବରଙ୍କୁ ଧନ୍ୟବାଦ ଦିଏ। 16ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି, ଏହା ଛଡ଼ା ମୁଁ ଆଉ କାହାରିକୁ ବାପ୍ତିସ୍ମ ଦେଇଅଛି ବୋଲି ମୋହର ମନେ ପଡ଼ୁ ନାହିଁ। 17କାରଣ ଖ୍ରୀଷ୍ଟ ମୋତେ ବାପ୍ତିସ୍ମ ଦେବା ନିମନ୍ତେ ପ୍ରେରଣ କରିନାହାଁନ୍ତି, ମାତ୍ର ସୁସମାଚାର ପ୍ରଚାର କରିବା ନିମନ୍ତେ ପ୍ରେରଣ କରିଅଛନ୍ତି; ତାହା ମଧ୍ୟ ବାକ୍ୟ ଆଡ଼ମ୍ବରରେ ନୁହେଁ, କାଳେ କ୍ରୁଶରେ ଖ୍ରୀଷ୍ଟଙ୍କ ମୃତ୍ୟୁ ବ୍ୟର୍ଥ ହୁଏ। 18କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ।
ସୁସମାଚାର
14ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ। 15ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ। 16କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” 17ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି। 18ସେ କହିଲେ, “ସେଗୁଡ଼ିକ ଏଠାକୁ ମୋʼ ପାଖକୁ ଆଣ।” 19ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ। 20ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ। 21ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। 22ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 2 ନାଗରିକ ପଞ୍ଜିକାର ଅଗଷ୍ଟ 15। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର