Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 16

ଅର୍ଥୋଡକ୍ସ ପଞ୍ଜିକା · 3 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 16 ଅଗଷ୍ଟ 2027

ସୋମବାର · ପେଣ୍ଟିକଷ୍ଟ ପରେ ନବମ ସପ୍ତାହ · ସ୍ୱର 7

ପର୍ବ ଓ ସନ୍ଥ

Venerable Isaac, Dalmatius and Faustus, Ascetics of the Dalmatian Monastery in Constantinople (4th-5th C)

ଶୟନ ପର୍ବର ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.କରି 11:31–12:6

31କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ। 32ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ। 33ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର। 34ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି। 12:1ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ। 2ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୁଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ। 3ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ। 4ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ; 5ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ; 6କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି।

ସୁସମାଚାର

ମାଥି 18:1–11

1ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ? 2ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, 3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ। 4ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ। 5ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; 6କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା। 7ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର। 8ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। 9ଆଉ, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। 10ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି। 11[କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି।]

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 3 ନାଗରିକ ପଞ୍ଜିକାର ଅଗଷ୍ଟ 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର