ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 17
ଅର୍ଥୋଡକ୍ସ ପଞ୍ଜିକା · 4 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 17 ଅଗଷ୍ଟ 2027
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ ନବମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
Holy Seven Youths of Ephesus (Seven Sleepers): Maximilian, Jamblichus, Martinian, John, Dionysius, Exacustodianus (Constantine) and Antoninus († c. 250 and 408-450)
ଶୟନ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
12କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ। 13ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ। 14କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ। 15ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ। 16ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ। 17ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଂଘିବା କେଉଁଠାରେ? 18କିନ୍ତୁ ଈଶ୍ବର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି। 19ଆଉ, ଯଦି ସେ ସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ? 20କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ। 21ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ। 22ବରଂ ଅନ୍ୟ ପକ୍ଷରେ ଶରୀରର ଯେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକାନ୍ତ ପ୍ରୟୋଜନୀୟ; 23ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ, 24କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ। 25ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ବର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି। 26ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି।
ସୁସମାଚାର
18ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ। 19ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ। 20କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।” 21ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? 22କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ, 19:1ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦ୍ଦନ ନଦୀର ଆରପାରରେ ଥିବା ଯିହୂଦିୟା ପ୍ରଦେଶ ସୀମାରେ ଉପସ୍ଥିତ ହେଲେ। 2ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ। 13ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ। ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ। 14କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।” 15ଆଉ, ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 4 ନାଗରିକ ପଞ୍ଜିକାର ଅଗଷ୍ଟ 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର