ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 20
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 20 ଅଗଷ୍ଟ 2027
ଶୁକ୍ରବାର · ସାଧାରଣ କାଳର 20ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 20ତମ ସପ୍ତାହର ଶୁକ୍ରବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
କ୍ଲେରଭୋର ସନ୍ଥ ବର୍ଣ୍ଣାର୍ଡ, ମଠାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
1ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ। 3ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ। 4ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ। 5ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା। 6ପରେ ନୟମୀ ନିଜର ପୁତ୍ରବଧୂମାନଙ୍କୁ ନେଇଁ ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ବାହାରିଲା, ଯେହେତୁ ସଦାପ୍ରଭୁ ଯେ ନିଜ ଲୋକଙ୍କର ତତ୍ତ୍ୱାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ନୟମୀ ମୋୟାବ ଦେଶରେ ଥାଇ ଶୁଣିଲା। 14ଏଥିରେ ସେମାନେ ପୁନର୍ବାର ଉଚ୍ଚସ୍ୱରରେ ରୋଦନ କଲେ, ପୁଣି ଅର୍ପା ନିଜ ଶାଶୁକୁ ଚୁମ୍ବନ କଲା, ମାତ୍ର ରୂତ ତାକୁ ଧରି ରହିଲା। 15ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରିଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରିଯାଅ।” 16ରୂତ କହିଲା, “ତୁମ୍ଭକୁ ତ୍ୟାଗ କରି ତୁମ୍ଭର ପଶ୍ଚାଦ୍ଗମନ କରି ଫେରି ଯିବାକୁ ମୋତେ ବିନୟ ନ କର, ଯେହେତୁ ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି; ତୁମ୍ଭେ ଯେଉଁଠାରେ ରହିବ, ମୁଁ ମଧ୍ୟ ସେହିଠାରେ ରହିବି; ତୁମ୍ଭର ଲୋକ ହିଁ ମୋହର ଲୋକ ଓ ତୁମ୍ଭର ପରମେଶ୍ୱର ହିଁ ମୋହର ପରମେଶ୍ୱର ହେବେ। 22ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆସିଥିବା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥଲିହିମରେ ଉପସ୍ଥିତ ହେଲେ।
ପ୍ରତିଉତ୍ତର ଗୀତ
5ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ; 6ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି; 7ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। 8ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। 9ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି। 10ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ସୁସମାଚାର
34ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ, 35ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ, 36ହେ ଗୁରୁ, ମୋଶାଙ୍କ ବ୍ୟବସ୍ଥା ମଧ୍ୟରେ କି ପ୍ରକାର ଆଜ୍ଞା ଶ୍ରେଷ୍ଠ? 37ସେ ତାହାଙ୍କୁ କହିଲେ, “‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’ 38ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା। 39ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ 40ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।”
ଆଜିର ସନ୍ଥ
- କ୍ଲେରଭୋର ସନ୍ଥ ବର୍ଣ୍ଣାର୍ଡ, ମଠାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର