Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 20

ଅର୍ଥୋଡକ୍ସ ପଞ୍ଜିକା · 7 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 20 ଅଗଷ୍ଟ 2027

ଶୁକ୍ରବାର · ପେଣ୍ଟିକଷ୍ଟ ପରେ ନବମ ସପ୍ତାହ · ସ୍ୱର 7

ପର୍ବ ଓ ସନ୍ଥ

Afterfeast of the Transfiguration of the Lord

ଶୟନ ପର୍ବର ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.କରି 14:26–40

26ହେ ଭାଇମାନେ, ତେବେ କର୍ତ୍ତବ୍ୟ କଅଣ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ। 27ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ। 28କିନ୍ତୁ ଯଦି କୌଣସି ଅର୍ଥକାରକ ନ ଥାଏ, ତାହାହେଲେ ସେ ମଣ୍ଡଳୀରେ ନୀରବ ରହୁ ଓ ନିରୋଳାରେ ଈଶ୍ବରଙ୍କୁ କହୁ। 29ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ। 30କିନ୍ତୁ ଉପବିଷ୍ଟ ଅନ୍ୟ କାହାରି ପ୍ରତି ଯଦି କୌଣସି ବାକ୍ୟ ପ୍ରକାଶିତ ହୁଏ, ତାହାହେଲେ ପ୍ରଥମ ଜଣକ ନୀରବ ହେଉ। 31କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର। 32ଭାବବାଦୀମାନଙ୍କ ଆତ୍ମା ଭାବବାଦୀମାନଙ୍କର ବଶୀଭୂତ। 33କାରଣ ଈଶ୍ବର ବିଶୃଙ୍ଖଳତାର ଈଶ୍ବର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ବର। 34ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ। 35ସେମାନେ ଯଦି କୌଣସି ବିଷୟ ବୁଝିବାକୁ ଇଚ୍ଛା କରନ୍ତି, ତେବେ ଘରେ ଆପଣା ଆପଣା ସ୍ୱାମୀମାନଙ୍କୁ ପଚାରନ୍ତୁ, କାରଣ ମଣ୍ଡଳୀ ମଧ୍ୟରେ କଥା କହିବା ସ୍ତ୍ରୀଲୋକ ପକ୍ଷରେ ଲଜ୍ଜାଜନକ। 36କଅଣ? ଈଶ୍ବରଙ୍କ ବାକ୍ୟ କି ତୁମ୍ଭମାନଙ୍କଠାରୁ ବାହାରିଅଛି? ଅବା କେବଳ ତୁମ୍ଭମାନଙ୍କ ନିକଟକୁ ଆସିଅଛି? 37କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହିସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ। 38କିନ୍ତୁ କେହି ଯଦି ଜ୍ଞାତ ନ ହୁଏ, ତେବେ ସେ ଅଜ୍ଞାତ ରହୁ। 39ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର। 40କିନ୍ତୁ ସମସ୍ତ ବିଷୟ ସୁନ୍ଦରତାରେ ଓ ଶୃଙ୍ଖଳତାନୁସାରେ କରାଯାଉ।

ସୁସମାଚାର

ମାଥି 21:12–14, 17–20

12ପରେ ଯୀଶୁ ଈଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ, 13ଆଉ ଯୀଶୁ ସେମାନଙ୍କୁ କହିଲେ, “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ବାସସ୍ଥାନ କରୁଅଛ।’” 14ପୁଣି, ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ। 17ଆଉ, ସେ ସେମାନଙ୍କୁ ଛାଡ଼ିଦେଇ ଯିରୂଶାଲମ ସହରରୁ ବାହାରି ବେଥନୀୟାକୁ ଯାଇ ସେଠାରେ ରାତି କଟାଇଲେ। 18ସକାଳେ ସେ ଯିରୂଶାଲମ ସହରକୁ ଫେରିବା ସମୟରେ କ୍ଷୁଧିତ ହେଲେ, 19ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା। 20ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା?

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 7 ନାଗରିକ ପଞ୍ଜିକାର ଅଗଷ୍ଟ 20। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର