ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 21
ଅର୍ଥୋଡକ୍ସ ପଞ୍ଜିକା · 8 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 21 ଅଗଷ୍ଟ 2027
ଶନିବାର · ପେଣ୍ଟିକଷ୍ଟ ପରେ ନବମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
Afterfeast of the Transfiguration of the Lord
ଶୟନ ପର୍ବର ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
6ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ। 7କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ। 8ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ। 9କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।
ସୁସମାଚାର
32ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।” 33ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା? 34ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ। 35ସେଥିରେ ସେ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ, 36ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ। 37ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ। 38ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ। 39ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 8 ନାଗରିକ ପଞ୍ଜିକାର ଅଗଷ୍ଟ 21। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର