Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 22

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 22 ଅଗଷ୍ଟ 2027

ରବିବାର · ସାଧାରଣ କାଳର 21ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 21ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଯିହୋ 24:1–2, 15–18

1ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ। 2ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପୂର୍ବକାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ; 15ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।” 16ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ। 17ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି। 18ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକୁ ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।”

ପ୍ରତିଉତ୍ତର ଗୀତ

ଗୀତ 34:1–2, 15–22

1ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍‍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। 2ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। 15ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି। 16ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। 17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। 18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି। 19ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି। 20ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ। 21ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ। 22ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।

ଦ୍ୱିତୀୟ ପାଠ

ଏଫି 5:21–32

21ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ। 22ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ, 23କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା। 24ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ। 25ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, 26ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି, 27ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି। 28ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; 29କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି, 30ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ। 31ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ। 32ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।

ସୁସମାଚାର

ଯୋହ 6:60–69

60ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ? 61କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, “ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି? 62ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କଅଣ? 63ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ। 64କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ। 65ଆଉ ସେ କହିଲେ, “ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସିପାରେ ନାହିଁ।” 66ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ। 67ସେଥିରେ ଯୀଶୁ ଦ୍ୱାଦଶଙ୍କୁ ପଚାରିଲେ, “ତୁମ୍ଭେମାନେ ମଧ୍ୟ କଅଣ ଚାଲିଯିବାକୁ ଇଚ୍ଛା କରୁଅଛ?” 68ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି; 69ଆଉ, ଆପଣ ଯେ ଈଶ୍ବରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର