Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 23

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 23 ଅଗଷ୍ଟ 2027

ସୋମବାର · ସାଧାରଣ କାଳର 21ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 21ତମ ସପ୍ତାହର ସୋମବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଲିମାର ସନ୍ଥ ରୋଜ୍, କୁମାରୀ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ପ୍ର.ଥେସ 1:1–5, 8–10

1ପାଉଲ, ସିଲ୍ୱାନ ଓ ତୀମଥି, ପିତା ଈଶ୍ବର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରରେ ଥିବା ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 2ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି, 3ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ; 4କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, 5ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ। 8କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ। 9ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ, 10ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।

ପ୍ରତିଉତ୍ତର ଗୀତ

ଗୀତ 149:1–6, 9

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର। 2ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ। 3ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। 4କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ। 5ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; 6ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ। 9ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସୁସମାଚାର

ମାଥି 23:13–22

13“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ। 14[ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।] 15ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ। 16ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ଆବଦ୍ଧ। 17ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କଅଣ ଶ୍ରେଷ୍ଠ? 18ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ଆବଦ୍ଧ। 19ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ? 20ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ; 21ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ; 22ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର