Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 23

ଅର୍ଥୋଡକ୍ସ ପଞ୍ଜିକା · 10 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 23 ଅଗଷ୍ଟ 2027

ସୋମବାର · ପେଣ୍ଟିକଷ୍ଟ ପରେ ଦଶମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Afterfeast of the Transfiguration of the Lord

ଶୟନ ପର୍ବର ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.କରି 15:12–19

12ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି? 13ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି; 14ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା, 15ପୁଣି, ଆମ୍ଭେମାନେ ଈଶ୍ବରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ବରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି; 16ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି; 17ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ୱାସ ନିଷ୍ଫଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ। 18ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି। 19ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୟନୀୟ ଅଟୁ।

ସୁସମାଚାର

ମାଥି 21:18–22

18ସକାଳେ ସେ ଯିରୂଶାଲମ ସହରକୁ ଫେରିବା ସମୟରେ କ୍ଷୁଧିତ ହେଲେ, 19ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା। 20ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା? 21ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ। 22ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 10 ନାଗରିକ ପଞ୍ଜିକାର ଅଗଷ୍ଟ 23। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର