ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 24
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 24 ଅଗଷ୍ଟ 2027
ମଙ୍ଗଳବାର · ସାଧାରଣ କାଳର 21ତମ ସପ୍ତାହ
ପର୍ବ ଓ ସନ୍ଥ
ସନ୍ଥ ବାର୍ଥଲମୀ, ପ୍ରେରିତ
ପର୍ବ · ଉପାସନାର ରଙ୍ଗ: ନାଲି
ଦିନର ପାଠ
ପ୍ରଥମ ପାଠ
9ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି। 10ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମ ସହରକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ବରଙ୍କ ଗୌରବ ବିଶିଷ୍ଟ ଥିଲା; 11ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି। 12ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି। 13ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର। 14ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ ଥିଲା, ସେହିସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି।
ପ୍ରତିଉତ୍ତର ଗୀତ
10ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; 11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି, 12ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ। 13ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ। 17ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି, 18ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।
ସୁସମାଚାର
45ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ। 46ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।” 47ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।” 48ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।” 49ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା। 50ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍-ମହତ୍ ବିଷୟ ଦେଖିବ।” 51ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”
ଆଜିର ସନ୍ଥ
- ସନ୍ଥ ବାର୍ଥଲମୀ, ପ୍ରେରିତ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର