ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 24
ଅର୍ଥୋଡକ୍ସ ପଞ୍ଜିକା · 11 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 24 ଅଗଷ୍ଟ 2027
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ ଦଶମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Afterfeast of the Transfiguration of the Lord
ଶୟନ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
29ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କଅଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି? 30ଆମ୍ଭେମାନେ ମଧ୍ୟ କାହିଁକି ପ୍ରତ୍ୟେକ ଦଣ୍ଡରେ ବିପଦର ସମ୍ମୁଖୀନ ହେଉ? 31ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି। 32ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।” 33ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ। 34ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି। 35କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କି ପ୍ରକାର ଶରୀରରେ ସେମାନେ ଆସନ୍ତି? 36ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ, 37ଆଉ, ଯାହା ତୁମ୍ଭେ ବୁଣ, ତାହା ଶରୀର ନୁହେଁ ଯାହା ଉତ୍ପନ୍ନ ହେବ, କିନ୍ତୁ ତାହା କେବଳ ଦାନାମାତ୍ର ଅଟେ, ତାହା ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ। 38କିନ୍ତୁ ଈଶ୍ବର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦେଇଥାଆନ୍ତି।
ସୁସମାଚାର
23ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା? 24ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି। 25ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ୱର୍ଗରୁ ବା ମନୁଷ୍ୟଠାରୁ?” ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ? 26କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି। 27ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 11 ନାଗରିକ ପଞ୍ଜିକାର ଅଗଷ୍ଟ 24। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର