Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 25

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 25 ଅଗଷ୍ଟ 2027

ବୁଧବାର · ସାଧାରଣ କାଳର 21ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 21ତମ ସପ୍ତାହର ବୁଧବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

କାଲାସାଞ୍ଜର ସନ୍ଥ ଜୋସେଫ୍, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ

ସନ୍ଥ ଲୁଇ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ପ୍ର.ଥେସ 2:9–13

9ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ। 10ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ବର ମଧ୍ୟ ସାକ୍ଷୀ। 11ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ, 12ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର। 13ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।

ପ୍ରତିଉତ୍ତର ଗୀତ

ଗୀତ 139:7–12

7ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି? 8ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ 9ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତସୀମାରେ ବାସ କରେ; 10ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ। 11ଯଦି ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ, 12ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।

ସୁସମାଚାର

ମାଥି 23:27–32

27ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ; 28ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।” 29“ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ, 30ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ। 31ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ। 32ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର