ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 25
ଅର୍ଥୋଡକ୍ସ ପଞ୍ଜିକା · 12 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 25 ଅଗଷ୍ଟ 2027
ବୁଧବାର · ପେଣ୍ଟିକଷ୍ଟ ପରେ ଦଶମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Afterfeast of the Transfiguration of the Lord
ଶୟନ ପର୍ବର ଉପବାସ
କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
4ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ। 5କିନ୍ତୁ ମୁଁ ମାକିଦନିଆ ଅଞ୍ଚଳ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି, 6ଆଉ, ହୋଇପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ। 7କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି। 8କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି; 9କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି। 10ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି, 11ଏଣୁ କେହି ତାହାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାହାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି। 12କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।
ସୁସମାଚାର
28“ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ‘ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।’” 29ସେ ଉତ୍ତର ଦେଲା, “‘ମୋହର ଇଚ୍ଛା ନାହିଁ,’ କିନ୍ତୁ ପରେ ଅନୁତାପ କରି ଗଲା। 30ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ। ସେ ଉତ୍ତର ଦେଲା, ‘ମହାଶୟ, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ।’ 31ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି। 32କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରିପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 12 ନାଗରିକ ପଞ୍ଜିକାର ଅଗଷ୍ଟ 25। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର