Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 26

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 26 ଅଗଷ୍ଟ 2027

ଗୁରୁବାର · ସାଧାରଣ କାଳର 21ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 21ତମ ସପ୍ତାହର ଗୁରୁବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ପ୍ର.ଥେସ 3:7–13

7ଏଥିନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଲେଶ ଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ; 8କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ। 9ହଁ, ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ କିପରି ଧନ୍ୟବାଦ ଦେଇପାରୁ? 10ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରିପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ। 11ଆମ୍ଭମାନଙ୍କ ଈଶ୍ବର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ; 12ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ। 13ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।

ପ୍ରତିଉତ୍ତର ଗୀତ

ଗୀତ 90:3–4, 12–14, 17

3ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।” 4କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ। 12ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ। 13ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ। 14ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା। 17ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।

ସୁସମାଚାର

ମାଥି 24:42–51

42ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ। 43କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ। 44ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।” 45“ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ? 46ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। 47ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ। 48କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି 49ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ, 50ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ, 51ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର