Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 26

ଅର୍ଥୋଡକ୍ସ ପଞ୍ଜିକା · 13 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 26 ଅଗଷ୍ଟ 2027

ଗୁରୁବାର · ପେଣ୍ଟିକଷ୍ଟ ପରେ ଦଶମ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Apodosis of the Transfiguration of the Lord

ଶୟନ ପର୍ବର ଉପବାସ

ଉପବାସ: ତେଲ ବିନା ରନ୍ଧା ଖାଦ୍ୟ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 10; ହିତୋ 3; ହିତୋ 8 (ବଛାଯାଇଥିବା ପଦ)

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 10:31–11:12

31ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ। 32ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ। 11:1ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର। 2ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ। 3ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ। 4ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ। 5ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ। 6ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ। 7ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ। 8ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ। 9ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ। 10ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ। 11ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ। 12ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ପ୍ରଭାତୀ ପ୍ରାର୍ଥନା: ସୁସମାଚାର

ଯୋହ 10:9–16

9ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ। 10ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି। 11ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ। 12ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ), 13କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ। 14ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ, 15ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ। 16ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।

ପତ୍ର

ଦ୍ଵି.କରି 1:1–7

1ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର; 2ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର; 4ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି। 5କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର। 6କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି। 7ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।

ପତ୍ର (ସନ୍ଥ ଟିଖୋନ୍‌ଙ୍କ ପାଇଁ)

ଏବ୍ରୀ 7:26–8:2

26କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। 27ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି। 28ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ। 8:1ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି; 2ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି।

ସୁସମାଚାର

ମାଥି 21:43–46

43ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ। 44ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।” 45ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ। 46ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।

ସୁସମାଚାର (ସନ୍ଥ ଟିଖୋନ୍‌ଙ୍କ ପାଇଁ)

ମାଥି 5:14–19

14ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; 15କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ। 16ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ। 17ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି। 18କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ। 19ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 13 ନାଗରିକ ପଞ୍ଜିକାର ଅଗଷ୍ଟ 26। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର