Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 27

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 27 ଅଗଷ୍ଟ 2027

ଶୁକ୍ରବାର · ସାଧାରଣ କାଳର 21ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 21ତମ ସପ୍ତାହର ଶୁକ୍ରବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ସନ୍ଥ ମୋନିକା · ସ୍ମୃତି ଦିବସ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ପ୍ର.ଥେସ 4:1–8

1ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ। 2ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ। 3କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍‍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ, 4ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ, 5ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ, 6ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ। 7କାରଣ ଈଶ୍ବର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି। 8ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।

ପ୍ରତିଉତ୍ତର ଗୀତ

ଗୀତ 97:1–2, 5–6, 10–12

1ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ। 2ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ। 5ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ। 6ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି। 10ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍‍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; 11ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି। 12ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।

ସୁସମାଚାର

ମାଥି 25:1–13

1“ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ। 2ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ। 3ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ, 4ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ। 5ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ। 6କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା। 7ସେତେବେଳେ କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ। 8କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି। 9ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ଯଦି ଆମେ ତୁମକୁ ଅଳ୍ପ ଦେବୁ, ତେବେ ତୁମଠାରେ ଓ ଆମଠାରେ ମଧ୍ୟ ଅଣ୍ଟିବ ନାହିଁ, ବରଂ ତୁମେ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ। 10କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ବର ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା। 11ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇ ଦିଅନ୍ତୁ। 12କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ। 13ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର