ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 27
ଅର୍ଥୋଡକ୍ସ ପଞ୍ଜିକା · 14 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 27 ଅଗଷ୍ଟ 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ ଦଶମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Forefeast of the Dormition of the Mother of God
ଶୟନ ପର୍ବର ଉପବାସ
କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
12ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ। 13କାରଣ ତୁମ୍ଭେମାନେ ଯାହା ଯାହା ପାଠ କରି ବୁଝିପାର, ସେହିସବୁ ବିନା, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆଉ କିଛି ଲେଖୁ ନାହୁଁ, 14ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି। 15ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର, 16ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦିୟା ପ୍ରଦେଶକୁ ଯାତ୍ରା କରିପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି। 17ତେବେ ଏହି ପ୍ରକାର ଇଚ୍ଛା କରିବାରେ ମୁଁ କଅଣ ଅସ୍ଥିର ଭାବରେ ଆଚରଣ କରିଥିଲି? ଅବା, ମୁଁ ଯାହା ସଙ୍କଳ୍ପ କରିଥାଏ, ତାହା କଅଣ ସାଂସାରିକ ଭାବରେ କରିଥାଏ ଯେ, ମୋହର କଥା ହଁ ଓ ନା ଉଭୟ ହୁଏ? 18କିନ୍ତୁ ଈଶ୍ବର ବିଶ୍ୱସ୍ତ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ। 19କାରଣ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍, ମୋʼ ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି। 20ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ।
ପତ୍ର (ଶନିବାର ପାଇଁ)
30ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋʼ ନିମନ୍ତେ ଈଶ୍ବରଙ୍କ ନିକଟରେ ମୋʼ ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି, 31ଯେପରି ମୁଁ ଯିହୂଦିୟା ପ୍ରଦେଶରେ ଅନାଜ୍ଞାବହ ଲୋକମାନଙ୍କଠାରୁ ଉଦ୍ଧାର ପାଏ, ଆଉ ଯିରୂଶାଲମ ନିମନ୍ତେ ମୋହର ଯେଉଁ ସେବା, ତାହା ଯେପରି ସାଧୁମାନଙ୍କ ନିକଟରେ ସୁଗ୍ରାହ୍ୟ ହୁଏ, 32ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ। 33ଶାନ୍ତିଦାତା ଈଶ୍ବର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ, ଆମେନ୍।
ସୁସମାଚାର
23ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ, 24ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ। 25ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା; 26ଦ୍ୱିତୀୟ, ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ। 27ସମସ୍ତଙ୍କ ଶେଷରେ ସ୍ତ୍ରୀଟି ମରିଗଲା। 28ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ। 29ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ। 30କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି। 31ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ? 32‘ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର।’ ସେ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।” 33ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ।
ସୁସମାଚାର (ଶନିବାର ପାଇଁ)
24ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ? 25ସେ କହିଲେ, ହଁ, ଦିଅନ୍ତି। ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, “ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ?” 26ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, “ତେବେ ତ ପୁତ୍ରମାନେ ମୁକ୍ତ। 27କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।” 18:1ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ? 2ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, 3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ। 4ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 14 ନାଗରିକ ପଞ୍ଜିକାର ଅଗଷ୍ଟ 27। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର