Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 28

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 28 ଅଗଷ୍ଟ 2027

ଶନିବାର · ସାଧାରଣ କାଳର 21ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 21ତମ ସପ୍ତାହର ଶନିବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ହିପୋର ସନ୍ଥ ଅଗଷ୍ଟିନ୍, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ପ୍ର.ଥେସ 4:9–11

9ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ, 10ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କର, 11ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,

ପ୍ରତିଉତ୍ତର ଗୀତ

ଗୀତ 98:1, 7–9

1ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 7ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; 8ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ; 9ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।

ସୁସମାଚାର

ମାଥି 25:14–30

14“ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ମଧ୍ୟ ସେହିପରି ଅଟେ। 15ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ। 16ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା। 17ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା। 18ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା। 19ବହୁକାଳ ପରେ ସେହି ଦାସମାନଙ୍କର ପ୍ରଭୁ ଆସି ସେମାନଙ୍କ ସାଙ୍ଗରେ ହିସାବ କଲେ। 20ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି। 21ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। 22ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି। 23ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। 24ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି। 25ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ। 26କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ? 27ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ୍ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି। 28‘ଅତଏବ, ଏହାଠାରୁ ଏହି ତୋଡ଼ା ନେଇଯାଇ, ଯାହାର ଦଶ ତୋଡ଼ା ଅଛି, ତାହାକୁ ଦିଅ। 29କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ। 30ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର