Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 30

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 30 ଅଗଷ୍ଟ 2027

ସୋମବାର · ସାଧାରଣ କାଳର 22ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 22ତମ ସପ୍ତାହର ସୋମବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ପ୍ର.ଥେସ 4:13–17

13ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ। 14କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ। 15ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ। 16କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ; 17ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।

ପ୍ରତିଉତ୍ତର ଗୀତ

ଗୀତ 96:1, 3–5, 11–13

1ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। 3ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର। 4କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ। 5କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। 11ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; 12କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; 13ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।

ସୁସମାଚାର

ଲୂକ 4:16–30

16ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ। 17ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ, 18“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ, 19ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି।” 20ପରେ ସେ ପୁସ୍ତକ ବନ୍ଦ କରି, ପରିଚାରକଙ୍କୁ ତାହା ଫେରାଇଦେଇ ବସିଲେ। ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା। 21ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।” 22ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ? 23ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’” 24ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ। 25କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ; 26ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ। 27ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।” 28ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ, 29ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ; 30କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର