Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 30

ଅର୍ଥୋଡକ୍ସ ପଞ୍ଜିକା · 17 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 30 ଅଗଷ୍ଟ 2027

ସୋମବାର · ପେଣ୍ଟିକଷ୍ଟ ପରେ 11ତମ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Afterfeast of the Dormition

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.କରି 2:3–15

3ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ। 4କାରଣ ବହୁତ କ୍ଳେଶ ଓ ହୃଦୟର ବେଦନାରେ ବହୁ-ଅଶ୍ରୁପାତ ସହିତ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି ଯେପରି ତୁମ୍ଭେମାନେ ଦୁଃଖିତ ହୁଅ, ଏପରି ନୁହେଁ, ମାତ୍ର ତୁମ୍ଭମାନଙ୍କ ପ୍ରତି ମୋହର ଯେ ଅଧିକ ପ୍ରଚୁର ପ୍ରେମ ଅଛି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହୁଅ। 5କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି। 6ଅଧିକାଂଶଙ୍କ ଦ୍ୱାରା ଏପରି ଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ; 7ଏଣୁ କାଳେ ଏପରି ଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ। 8ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନ କରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି। 9କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି। 10କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି, 11ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାହାର ସମସ୍ତ ଦୁଷ୍ଟ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁଁ। 12ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ, 13ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି। 14କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି, 15କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,

ସୁସମାଚାର

ମାଥି 23:13–22

13“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ। 14[ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।] 15ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ। 16ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ଆବଦ୍ଧ। 17ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କଅଣ ଶ୍ରେଷ୍ଠ? 18ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ଆବଦ୍ଧ। 19ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟା ଶ୍ରେଷ୍ଠ? 20ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ; 21ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ; 22ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 17 ନାଗରିକ ପଞ୍ଜିକାର ଅଗଷ୍ଟ 30। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର