ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 31
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 31 ଅଗଷ୍ଟ 2027
ମଙ୍ଗଳବାର · ସାଧାରଣ କାଳର 22ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 22ତମ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
1କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ, 2କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ। 3ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ। 4କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, 5କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ; 6ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା। 9କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି। 10ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ। 11ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି? 4ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି। 13ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି। 14ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
ସୁସମାଚାର
31ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ, 32ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା। 33ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚସ୍ୱରରେ ଚିତ୍କାର କଲା, 34ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କର ସେହି ପବିତ୍ର ବ୍ୟକ୍ତି। 35ଯୀଶୁ ତାହାକୁ ଧମକ ଦେଇ କହିଲେ “ଚୁପ୍ କର୍, ଏହାଠାରୁ ବାହାରିଯା।” ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା। 36ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି। 37ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର