Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 31

ଅର୍ଥୋଡକ୍ସ ପଞ୍ଜିକା · 18 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 31 ଅଗଷ୍ଟ 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 11ତମ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Afterfeast of the Dormition

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.କରି 2:14–3:3

14କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି, 15କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ, 16ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ? 17ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ। 3:1ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ? କିମ୍ବା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ? 2ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ର-ସ୍ୱରୂପ; 3ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର-ସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।

ସୁସମାଚାର

ମାଥି 23:23–28

23ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ। 24ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ। 25ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ। 26ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ। 27ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ; 28ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 18 ନାଗରିକ ପଞ୍ଜିକାର ଅଗଷ୍ଟ 31। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର