Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 1

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 1 ସେପ୍ଟେମ୍ବର 2027

ବୁଧବାର · ସାଧାରଣ କାଳର 22ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 22ତମ ସପ୍ତାହର ବୁଧବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

କଲ 1:1–8

1ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, 2କଲସୀୟ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ; ଆମ୍ଭମାନଙ୍କ ପିତା ଈଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 3ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ। 4କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ। 5ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ। 6ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି। 7ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ; 8ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।

ପ୍ରତିଉତ୍ତର ଗୀତ

ଗୀତ 52:8–9

8ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି। 9ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍‍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।

ସୁସମାଚାର

ଲୂକ 4:38–44

38ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ। 39ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ। 40ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ। 41ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ। 42ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ। 43କିନ୍ତୁ ସେ ସେମାନଙ୍କୁ କହିଲେ, “ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି।” 44ପୁଣି, ସେ ଯିହୂଦିୟା ପ୍ରଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର