ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 1
ଅର୍ଥୋଡକ୍ସ ପଞ୍ଜିକା · 19 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 1 ସେପ୍ଟେମ୍ବର 2027
ବୁଧବାର · ପେଣ୍ଟିକଷ୍ଟ ପରେ 11ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Afterfeast of the Dormition
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
4ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି। 5ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ; 6ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ; 7ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ଲୋକମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ, 8ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ? 9କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ। 10ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି। 11କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ।
ସୁସମାଚାର
29“ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ, 30ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ। 31ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ। 32ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର। 33ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ? 34ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ, 35ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ। 36ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।” 37“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। 38ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି। 39କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 19 ନାଗରିକ ପଞ୍ଜିକାର ସେପ୍ଟେମ୍ବର 1। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର