ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 2
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 2 ସେପ୍ଟେମ୍ବର 2027
ଗୁରୁବାର · ସାଧାରଣ କାଳର 22ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 22ତମ ସପ୍ତାହର ଗୁରୁବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
9ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ବରଙ୍କ ଅଭିମତ ଜ୍ଞାତ ହୋଇ 10ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ 11ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ, 12ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ। 13ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି; 14ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପ କ୍ଷମା ପାଇଅଛୁ।
ପ୍ରତିଉତ୍ତର ଗୀତ
2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର। 5ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର। 6ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।
ସୁସମାଚାର
1ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; 2ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ। 3ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ। 4ସେ କଥା ଶେଷ କରି ଶିମୋନଙ୍କୁ କହିଲେ, “ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।” 5ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି। 6ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା। 7ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା। 8କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ। 9କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ; 10ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।” 11ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର