ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 2
ଅର୍ଥୋଡକ୍ସ ପଞ୍ଜିକା · 20 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 2 ସେପ୍ଟେମ୍ବର 2027
ଗୁରୁବାର · ପେଣ୍ଟିକଷ୍ଟ ପରେ 11ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Afterfeast of the Dormition
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ, 2ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ। 3କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ; 4ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି। 5କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ। 6ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
ସୁସମାଚାର
13ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ। 14ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ। 15ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), 16ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; 17ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ; 18ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ବସ୍ତ୍ର ନେଇଯିବା ପାଇଁ ଲେଉଟି ନ ଯାଉ। 19ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର, 20କିନ୍ତୁ ତୁମ୍ଭମାନଙ୍କର ପଳାୟନ ଯେପରି ଶୀତକାଳରେ କିମ୍ବା ବିଶ୍ରାମବାର ଦିନରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର। 21କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ। 22ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ। 23ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ବା ‘ସେଠାରେ’, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ। 24କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ। 25ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି। 26ଅତଏବ, ‘ଦେଖ, ସେ ପ୍ରାନ୍ତରରେ ଅଛନ୍ତି,’ ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; ‘ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି,’ ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ। 27କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ। 28ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 20 ନାଗରିକ ପଞ୍ଜିକାର ସେପ୍ଟେମ୍ବର 2। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର