ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 3
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 3 ସେପ୍ଟେମ୍ବର 2027
ଶୁକ୍ରବାର · ସାଧାରଣ କାଳର 22ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 22ତମ ସପ୍ତାହର ଶୁକ୍ରବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ସନ୍ଥ ମହାନ ଗ୍ରେଗୋରୀ, ପୋପ୍ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
15ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ, 16କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି; 17ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି। 18ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି। 19କାରଣ ଈଶ୍ବରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ, 20ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି।
ପ୍ରତିଉତ୍ତର ଗୀତ
1ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। 3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। 5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
ସୁସମାଚାର
33ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି। 34ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇପାର? 35କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ।” 36ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, “କେହି ନୂଆ ଲୁଗାରୁ ତାଳି ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ। 37ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ। 38କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ। 39ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ‘ପୁରୁଣା ତ ଭଲ।’”
ଆଜିର ସନ୍ଥ
- ସନ୍ଥ ମହାନ ଗ୍ରେଗୋରୀ, ପୋପ୍ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର