ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 3
ଅର୍ଥୋଡକ୍ସ ପଞ୍ଜିକା · 21 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 3 ସେପ୍ଟେମ୍ବର 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 11ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Afterfeast of the Dormition
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
13“ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ; 14କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ। 15ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ। 16ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି। 17କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି; 18ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।
ସୁସମାଚାର
27କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ। 28ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ।” 29“ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’ 30ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ। 31ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।” 32“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; 33ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ। 42ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ। 43କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ। 44ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।” 45“ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ? 46ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। 47ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ। 48କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି 49ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ, 50ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ, 51ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 21 ନାଗରିକ ପଞ୍ଜିକାର ସେପ୍ଟେମ୍ବର 3। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର