ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 4
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 4 ସେପ୍ଟେମ୍ବର 2027
ଶନିବାର · ସାଧାରଣ କାଳର 22ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 22ତମ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
21ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ବରଙ୍କଠାରୁ ପୃଥକ ଓ ମନରେ ତାହାଙ୍କର ଶତ୍ରୁ ଥିଲ, 22କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି; 23ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ?” ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ। ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର। 2ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର। 4ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି। 6ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ।
ସୁସମାଚାର
1ଥରେ ବିଶ୍ରାମବାର ଦିନରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶସ୍ୟର ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ। 2କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ? 3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ? 4ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।” 5ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର