ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 4
ଅର୍ଥୋଡକ୍ସ ପଞ୍ଜିକା · 22 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 4 ସେପ୍ଟେମ୍ବର 2027
ଶନିବାର · ପେଣ୍ଟିକଷ୍ଟ ପରେ 11ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Afterfeast of the Dormition
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
3ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ। 4ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି, 5କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ; 6ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି। 7ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ; 8ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ। 9ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।
ସୁସମାଚାର
3ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ? 4ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,” 5ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?” 6“ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।” 7ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ? 8ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।” 9“ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।” 10ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ। 11କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସମସ୍ତେ ଏହି କଥା ଗ୍ରହଣ କରିପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରିପାରନ୍ତି। 12କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି। ଯେଉଁ ଲୋକ ଗ୍ରହଣ କରିପାରେ, ସେ ଗ୍ରହଣ କରୁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 22 ନାଗରିକ ପଞ୍ଜିକାର ସେପ୍ଟେମ୍ବର 4। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର