Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 5

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 5 ସେପ୍ଟେମ୍ବର 2027

ରବିବାର · ସାଧାରଣ କାଳର 23ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 23ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଯିଶା 35:4–7

4ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।” 5ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ। 6ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ। 7ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।

ପ୍ରତିଉତ୍ତର ଗୀତ

ଗୀତ 146:7–10

7ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। 8ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। 9ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି। 10ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଦ୍ୱିତୀୟ ପାଠ

ଯାକୁ 2:1–5

1ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ। 2କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, 3ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ, 4କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ? 5ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?

ସୁସମାଚାର

ମାର୍କ 7:31–37

31ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ। 32ଆଉ ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ। 33ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ, 34ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, “ଇପ୍‌ପଥଃ,” ଅର୍ଥାତ୍‍ “ଫିଟିଯା।” 35ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା। 36ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ। 37ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର