ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 6
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 6 ସେପ୍ଟେମ୍ବର 2027
ସୋମବାର · ସାଧାରଣ କାଳର 23ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 23ତମ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
24ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି; 25ଈଶ୍ବର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ବରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ। 26ସେହି ନିଗୂଢ଼ତତ୍ତ୍ୱ ପ୍ରାଚୀନକାଳ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି। 27ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ; 28ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ; 29ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼ ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି। 2:1କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା; 2ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି। 3ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।
ପ୍ରତିଉତ୍ତର ଗୀତ
5ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ। 6କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି। 8ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]
ସୁସମାଚାର
6ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା। 7ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି। 8କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା। 9ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା?” 10ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା। 11କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର