Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 6

ଅର୍ଥୋଡକ୍ସ ପଞ୍ଜିକା · 24 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 6 ସେପ୍ଟେମ୍ବର 2027

ସୋମବାର · ପେଣ୍ଟିକଷ୍ଟ ପରେ 12ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Hieromartyr Eutychius, disciple of the Apostle John the Theologian (1st C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.କରି 5:10–15

10କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ। 11ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ। 12ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ। 13ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ବରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ। 14କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ; 15ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।

ସୁସମାଚାର

ମାର୍କ 1:9–15

9ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ। 10ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ, 11ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।” 12ସେହିକ୍ଷଣି ପବିତ୍ର ଆତ୍ମା ତାହାଙ୍କୁ ପ୍ରାନ୍ତରକୁ ଘେନିଗଲେ। 13ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିବା ସମୟରେ, ସେ ବନ୍ୟ-ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ। 14ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ବରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ, 15“କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 24 ନାଗରିକ ପଞ୍ଜିକାର ସେପ୍ଟେମ୍ବର 6। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର