ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 7
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 7 ସେପ୍ଟେମ୍ବର 2027
ମଙ୍ଗଳବାର · ସାଧାରଣ କାଳର 23ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 23ତମ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
6ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର; 7ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ। 8ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ; 9କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ, 10ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ। 11ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ; 12ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ। 13ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, 14ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି; 15ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।
ପ୍ରତିଉତ୍ତର ଗୀତ
1ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି, 2ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି। 8ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ। 9ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ। 10ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; 11ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,
ସୁସମାଚାର
12ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ। 13ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ, 14ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ, 15ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍ଯୋଗୀ ବୋଲି କହନ୍ତି, 16ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା। 17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର