Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 7

ଅର୍ଥୋଡକ୍ସ ପଞ୍ଜିକା · 25 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 7 ସେପ୍ଟେମ୍ବର 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 12ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Return of the relics of the Apostle Bartholomew from Anastasiopolis to Lipari (6th C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.କରି 5:15–21

15ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି। 16ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ। 17ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି। 18କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; 19ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି। 20ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ। 21ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।

ସୁସମାଚାର

ମାର୍କ 1:16–22

16ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ। 17ଯୀଶୁ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।” 18ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ। 19ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ। 20ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କୁ ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ। 21ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। 22ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 25 ନାଗରିକ ପଞ୍ଜିକାର ସେପ୍ଟେମ୍ବର 7। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର