Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 8

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 8 ସେପ୍ଟେମ୍ବର 2027

ବୁଧବାର · ସାଧାରଣ କାଳର 23ତମ ସପ୍ତାହ

ପର୍ବ ଓ ସନ୍ଥ

ଧନ୍ୟା କୁମାରୀ ମରୀୟମଙ୍କ ଜନ୍ମ

ପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ମୀଖା 5:2–5

କିମ୍ବା: ରୋମୀ 8:28–30

2ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି। 3ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ। 4ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ। 5ଆଉ, ଏହି ମନୁଷ୍ୟ ଆମ୍ଭମାନଙ୍କର ଶାନ୍ତି ସ୍ୱରୂପ ହେବେ; ଯେଉଁ ସମୟରେ ଅଶୂରୀୟ ଗୋଷ୍ଠୀ ଆମ୍ଭମାନଙ୍କ ଦେଶକୁ ଆସିବେ ଓ ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପଦାର୍ପଣ କରିବ, ସେହି ସମୟରେ ଆମ୍ଭେମାନେ ତାହା ବିରୁଦ୍ଧରେ ସାତ ଜଣ ପଲରକ୍ଷକ ଓ ଆଠ ଜଣ ପ୍ରଧାନ ଲୋକଙ୍କୁ ଉତ୍ଥାପନ କରିବା।

ପ୍ରତିଉତ୍ତର ଗୀତ

ଗୀତ 13:5–6

5ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ; 6ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।

ସୁସମାଚାର

ମାଥି 1:1–16, 18–23

1ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ। 2ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଲେ, ଇସ୍‌ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ, 3ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ, 4ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ, ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ, ଅମ୍ମୀନାଦାବ ନହଶୋନଙ୍କୁ ଜନ୍ମ ଦେଲେ, ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ, 5ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ, 6ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ, 7ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ, 8ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ, 9ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ, ଯୋଥମ ଆହସ୍‌ଙ୍କୁ ଜନ୍ମ ଦେଲେ, ଆହସ୍‌ ହିଜକୀୟଙ୍କୁ ଜନ୍ମ ଦେଲେ, 10ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ, 11ବାବିଲକୁ ନିର୍ବାସିତ ହେବା ସମୟରେ ଯୋଶୀୟ ଯିକନୀୟ ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ। 12ବାବିଲକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ, ଶଲ୍‍ଟୀୟେଲ୍ ଜିରୁବାବିଲଙ୍କୁ ଜନ୍ମ ଦେଲେ, 13ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ, ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ, ଏଲୀୟାକିମ ଆସୋରଙ୍କୁ ଜନ୍ମ ଦେଲ, 14ଆସୋର ସାଦୋକଙ୍କୁ ଜନ୍ମ ଦେଲେ, ସାଦୋକ ଆଖିମଙ୍କୁ ଜନ୍ମ ଦେଲେ, ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ, 15ଏଲିହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ, ଏଲୀୟାଜର ମତ୍ତାନଙ୍କୁ ଜନ୍ମ ଦେଲେ, 16ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ। 18ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା। 19ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ। 20କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି। 21ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।” 22ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା, 23“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର