Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 8

ଅର୍ଥୋଡକ୍ସ ପଞ୍ଜିକା · 26 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 8 ସେପ୍ଟେମ୍ବର 2027

ବୁଧବାର · ପେଣ୍ଟିକଷ୍ଟ ପରେ 12ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Meeting of the Vladimir Icon of the Most Holy Mother of God (1395)

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନା: ସୁସମାଚାର (ଈଶ୍ବରଙ୍କ ମାତାଙ୍କ ଭ୍ଲାଦିମିର୍ ଆଇକନ୍ ପାଇଁ)

ଲୂକ 1:39–49, 56

39ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ, 40ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ। 41ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ 42ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ। 43ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? 44କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା। 45ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। 46ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, 47ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି; 48କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ, 49କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର, 56ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ।

ପତ୍ର

ଦ୍ଵି.କରି 6:11–16

11ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି। 12ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ। 13ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ। 14ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା? 15ବିଲିୟାର୍‍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ? 16ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”

ପତ୍ର (ଈଶ୍ବରଙ୍କ ମାତାଙ୍କ ଭ୍ଲାଦିମିର୍ ଆଇକନ୍ ପାଇଁ)

ଫିଲି 2:5–11

5ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ; 6ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, 7କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; 8ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। 9ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, 10ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ, 11ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।

ସୁସମାଚାର

ମାର୍କ 1:23–28

23ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା, 24ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି। 25ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର୍, ଏହାଠାରୁ ବାହାରିଯା।” 26ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା। 27ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି। 28ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।

ସୁସମାଚାର (ଈଶ୍ବରଙ୍କ ମାତାଙ୍କ ଭ୍ଲାଦିମିର୍ ଆଇକନ୍ ପାଇଁ)

ଲୂକ 10:38–42; 11:27–28

38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। 40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। 41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, 42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।” 11:27ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ। 28ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 26 ନାଗରିକ ପଞ୍ଜିକାର ସେପ୍ଟେମ୍ବର 8। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର