Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 9

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 9 ସେପ୍ଟେମ୍ବର 2027

ଗୁରୁବାର · ସାଧାରଣ କାଳର 23ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 23ତମ ସପ୍ତାହର ଗୁରୁବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ ପିଟର୍ କ୍ଲାଭେର୍, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

କଲ 3:12–17

12ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର। 13ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର। 14ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ। 15ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ। 16ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର। 17ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।

ପ୍ରତିଉତ୍ତର ଗୀତ

ଗୀତ 150:1–6

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; 2ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର। 3ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର। 4ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର। 5ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର; 6ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସୁସମାଚାର

ଲୂକ 6:27–38

27କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; 28ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର। 29ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ। 30ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ। 31ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର। 32ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି। 33ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି। 34ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି। 35ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି। 36ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।” 37“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ; 38ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର