Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 9

ଅର୍ଥୋଡକ୍ସ ପଞ୍ଜିକା · 27 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 9 ସେପ୍ଟେମ୍ବର 2027

ଗୁରୁବାର · ପେଣ୍ଟିକଷ୍ଟ ପରେ 12ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Venerable Pœmen the Great († c. 450)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.କରି 7:1–10

1ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ। 2ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ। 3ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା। 4ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି। 5କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ। 6ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ, 7ଆଉ, କେବଳ ତାହାଙ୍କ ଆଗମନ ଦ୍ୱାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ୱନା ଦ୍ୱାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଥିଲେ, ତାହା ଦ୍ୱାରା ମଧ୍ୟ ସାନ୍ତ୍ୱନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଉଦ୍‌ଯୋଗ, ତୁମ୍ଭମାନଙ୍କ ବିଳାପ, ମୋʼ ସପକ୍ଷରେ ତୁମ୍ଭମାନଙ୍କ ଆଗ୍ରହ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି। 8ଯେଣୁ ମୋହର ପତ୍ର ଦ୍ୱାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପ କାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା 9ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତ ହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନ-ପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ। 10କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।

ସୁସମାଚାର

ମାର୍କ 1:29–35

29ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ। 30ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ। 31ସେଥିରେ ସେ ପାଖକୁ ଯାଇ ତାହାଙ୍କ ହସ୍ତ ଧରି ତାହାଙ୍କୁ ଉଠାଇଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ। 32ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତ ସମସ୍ତଙ୍କୁ ଆଣିବାକୁ ଲାଗିଲେ, 33ପୁଣି, ନଗରବାସୀ ସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ। 34ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ। 35ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 27 ନାଗରିକ ପଞ୍ଜିକାର ସେପ୍ଟେମ୍ବର 9। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର