ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 10
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 10 ସେପ୍ଟେମ୍ବର 2027
ଶୁକ୍ରବାର · ସାଧାରଣ କାଳର 23ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 23ତମ ସପ୍ତାହର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
1ପାଉଲ, ଆମ୍ଭମାନଙ୍କ ଈଶ୍ବରଙ୍କ ଆଜ୍ଞାନୁସାରେ ଓ ତ୍ରାଣକର୍ତ୍ତା ଏବଂ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଅନୁସାରେ ଜଣେ ପ୍ରେରିତ, 2ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ। 12ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି, 13ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି; 14ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ମିକ୍ତାମ୍ (ଗୀତରତ୍ନ।) ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ। 2ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।” 5ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ। 7ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି, ଯେ ମୋତେ ପରାମର୍ଶ ଦେଇଅଛନ୍ତି; ଆହୁରି, ରାତ୍ରିକାଳରେ ମୋହର ଚିତ୍ତ ମୋତେ ଉପଦେଶ ଦିଏ। 8ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ। 11ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
ସୁସମାଚାର
39ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କଅଣ ଉଭୟେ ଗାତରେ ପଡ଼ିବେ ନାହିଁ? 40ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ। 41ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? 42ତୁମ୍ଭେ ଆପଣା ଆଖିରେ ଥିବା କଡ଼ିକାଠ ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି? କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର