ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 10
ଅର୍ଥୋଡକ୍ସ ପଞ୍ଜିକା · 28 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 10 ସେପ୍ଟେମ୍ବର 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 12ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Venerable Moses the Black of Scete († c. 400)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। 28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”
ପତ୍ର
10କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ। 11ଯେଣୁ ଦେଖ, ଈଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏହି ବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ। 12ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି। ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ। 13ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି। 14ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି। 15ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାହାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାହାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି। 16ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ୱାସ କରିପାରେ, ଏଥିପାଇଁ ଆନନ୍ଦ କରୁଅଛି।
ପତ୍ର (ଶନିବାର ପାଇଁ)
26କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି; 27କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ, 28ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ, 29ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।
ପତ୍ର (ସନ୍ଥ ଆୟୁବଙ୍କ ପାଇଁ)
22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ସୁସମାଚାର
18ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି? 19ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରିପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ ଉପବାସ କରିପାରନ୍ତି ନାହିଁ। 20କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ। 21କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ। 22ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”
ସୁସମାଚାର (ଶନିବାର ପାଇଁ)
29ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ। 30ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। 31ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। 32ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?” 33ସେମାନେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯେପରି ଆମ୍ଭମାନଙ୍କର ଆଖି ଫିଟିଯାଏ। 34ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।
ସୁସମାଚାର (ସନ୍ଥ ଆୟୁବଙ୍କ ପାଇଁ)
17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। 20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। 21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। 22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 28 ନାଗରିକ ପଞ୍ଜିକାର ସେପ୍ଟେମ୍ବର 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର