ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 11
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 11 ସେପ୍ଟେମ୍ବର 2027
ଶନିବାର · ସାଧାରଣ କାଳର 23ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 23ତମ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
15ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ। 16ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି। 17ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
ପ୍ରତିଉତ୍ତର ଗୀତ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର। 2ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ। 3ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ। 4ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, 5ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି, 6ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ? 7ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
ସୁସମାଚାର
43“କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ। 44କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାଗଛରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ। 45ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ। 46ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ? 47ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି। 48ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା। 49କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ପଥର ଉପରେ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳ ଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର