Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 11

ଅର୍ଥୋଡକ୍ସ ପଞ୍ଜିକା · 29 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 11 ସେପ୍ଟେମ୍ବର 2027

ଶନିବାର · ପେଣ୍ଟିକଷ୍ଟ ପରେ 12ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

The Beheading of the Holy Glorious Prophet, Forerunner and Baptist of the Lord, John

ଏକ ଦିନର ଉପବାସ · କଠୋର ଉପବାସ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଯିଶା 40; ଯିଶା 41; ଯିଶା 45; ଯିଶା 48; ଯିଶା 54 (ବଛାଯାଇଥିବା ପଦ)

ସନ୍ଧ୍ୟା ପ୍ରାର୍ଥନା: ପାଠ

ମଲାଖି 3; ମଲାଖି 4 (ବଛାଯାଇଥିବା ପଦ)

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ପ୍ରଭାତୀ ପ୍ରାର୍ଥନା: ସୁସମାଚାର

ମାଥି 14:1–13

1ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ, 2ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି। 3ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ। 4କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ। 5ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ। 6କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା। 7ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ। 8ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ। 9ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ। 10ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ, 11ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଆ ନିକଟକୁ ତାହା ନେଇଗଲା। 12ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ। 13ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍‍ଗମନ କଲେ;

ପତ୍ର (ଅଗ୍ରଦୂତଙ୍କ ପାଇଁ)

ପ୍ରେରି 13:25–32

25ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ। କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ। 26ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି। 27କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ, 28ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ। 29ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ। 30କିନ୍ତୁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, 31ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ। 32ଆଉ ପିତୃ-ପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,

ସୁସମାଚାର (ଅଗ୍ରଦୂତଙ୍କ ପାଇଁ)

ମାର୍କ 6:14–30

14ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି। 15କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ। 16କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି। 17ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ। 18କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ। 19ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ; 20କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ। 21ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମ ଦିନରେ ପାତ୍ର-ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ; 22ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା। 23ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା। 24ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ। 25ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ। 26ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ। 27ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା, 28ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି, ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା। 29ତାହାଙ୍କ ଶିଷ୍ୟମାନେ ସେଥିର ସମ୍ବାଦ ପାଇ ଆସିଲେ ଓ ତାହାଙ୍କ ଶବ ଘେନିଯାଇ ସମାଧିରେ ରଖିଲେ। 30ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 29 ନାଗରିକ ପଞ୍ଜିକାର ସେପ୍ଟେମ୍ବର 11। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର