ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 12
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 12 ସେପ୍ଟେମ୍ବର 2027
ରବିବାର · ସାଧାରଣ କାଳର 24ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 24ତମ ରବିବାର
ରବିବାର · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
5ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ। 6ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ। 7କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ। 8ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ। 9ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।
ପ୍ରତିଉତ୍ତର ଗୀତ
1ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି। 2ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବା ଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି। 3ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି। 4ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋʼ ପ୍ରାଣକୁ ଉଦ୍ଧାର କର।” 5ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ୱର ସ୍ନେହଶୀଳ ଅଟନ୍ତି। 6ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି; ମୁଁ ଦୀନହୀନ ହେଲେ ହେଁ ସେ ମୋର ପରିତ୍ରାଣ କଲେ। 8ତୁମ୍ଭେ ମୃତ୍ୟୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ। 9ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି।
ଦ୍ୱିତୀୟ ପାଠ
14ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ? 15ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ, 16ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ? 17ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ। 18କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।
ସୁସମାଚାର
27ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମୁଁ କିଏ ବୋଲି ଲୋକେ କଅଣ କହନ୍ତି?” 28ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ। 29ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ। 30ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ। 31ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ ହେବାକୁ ହେବ। 32ଏହି କଥା ସେ ସ୍ପଷ୍ଟ ରୂପେ କହିଲେ। ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ। 33କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।” 34ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ। 35କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର