ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 12
ଅର୍ଥୋଡକ୍ସ ପଞ୍ଜିକା · 30 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 12 ସେପ୍ଟେମ୍ବର 2027
ରବିବାର · ସ୍ୱର 3
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ 12ତମ ରବିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ପ୍ରଥମ ସୁସମାଚାର
16କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ। 17ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ। 18ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି। 19ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, 20ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”
ପତ୍ର
1ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି; 2ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ। 3କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ, 4ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ; 5ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ; 6ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି। 7ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତମାନଙ୍କୁ ଦର୍ଶନ ଦେଲେ; 8ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ। 9କାରଣ ଈଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ। 10କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି। 11ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ।
ସୁସମାଚାର
16ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି? 17ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।” 18ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, “ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, 19ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।” 20ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଉଣା ଅଛି? 21ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।” 22କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା। 23ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ। 24ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।” 25ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ? 26ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 30 ନାଗରିକ ପଞ୍ଜିକାର ସେପ୍ଟେମ୍ବର 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର