Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 13

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 13 ସେପ୍ଟେମ୍ବର 2027

ସୋମବାର · ସାଧାରଣ କାଳର 24ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 24ତମ ସପ୍ତାହର ସୋମବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ସନ୍ଥ ଯୋହନ କ୍ରିସୋଷ୍ଟମ୍, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ପ୍ର.ତୀମ 2:1–8

1ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ, 2ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି। 3ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ; 4ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି। 5କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; 6ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି। 7ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ। 8ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।

ପ୍ରତିଉତ୍ତର ଗୀତ

ଗୀତ 28:2, 7–9

2ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର। 7ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି। 8ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି। 9ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।

ସୁସମାଚାର

ଲୂକ 7:1–10

1ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ। 2ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ। 3ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାହାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ପାଖକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ। 4ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି; 5କାରଣ ସେ ଆମ୍ଭ ଯିହୁଦୀ ଲୋକମାନଙ୍କୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି। 6ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତ-ସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; 7ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। 8କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ। 9ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।” 10ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର