ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 13
ଅର୍ଥୋଡକ୍ସ ପଞ୍ଜିକା · 31 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 13 ସେପ୍ଟେମ୍ବର 2027
ସୋମବାର · ପେଣ୍ଟିକଷ୍ଟ ପରେ 13ତମ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Placing of the Venerable Sash of the Most Holy Mother of God in Constantinople (c 395-408)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
7ଆଉ, ବିଶ୍ୱାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍ଯୋଗ, ପୁଣି, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହ କାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ। 8ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି। 9କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ। 10ଏ ସମ୍ବନ୍ଧରେ ମୋହର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ; 11ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ। 12କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ। 13ଯେଣୁ ଅନ୍ୟମାନେ ଯେପରି ସୁଖ ପାଆନ୍ତି, ଆଉ ତୁମ୍ଭେମାନେ କ୍ଳେଶ ପାଅ, ଏଥିପାଇଁ ମୁଁ ଏହା କହୁ ନାହିଁ; 14ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ, 15ଶାସ୍ତ୍ରରେ ଯେପରି ଲେଖାଅଛି, “ଯେ ଅଧିକ ସଂଗ୍ରହ କଲା, ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ।”
ପତ୍ର (ମଙ୍ଗଳବାର ପାଇଁ)
16କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି; 17କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି। 18ପୁଣି, ତାହାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାହାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି, 19କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି; 20ଆମ୍ଭମାନଙ୍କ ଦ୍ୱାରା ସାଧିତ ଏହି ସେବାସ୍ୱରୂପ ପ୍ରଚୁର ଦାନ ବିଷୟରେ କେହି ଯେପରି ଆମ୍ଭମାନଙ୍କୁ ଦୋଷୀ ନ କରେ, ସେଥିପାଇଁ ସାବଧାନ ହେଉଅଛୁ; 21କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ। 22ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାହାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍ଯୋଗୀ ହୋଇଅଛନ୍ତି। 23ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀ-ସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ। 24ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀ-ସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ। 9:1ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋʼ ପକ୍ଷରେ ବାହୁଲ୍ୟମାତ୍ର; 2କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟାର ବିଶ୍ୱାସୀମାନେ ଗତ ବର୍ଷରୁ ପ୍ରସ୍ତୁତ ହେଲେଣି, ପୁଣି, ତୁମ୍ଭମାନଙ୍କ ଉଦ୍ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି। 3ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ, 4କାଳେ ମାକିଦନିଆର କୌଣସି ଲୋକ ଯେବେ ମୋʼ ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ (ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ୱାସ ବିଷୟରେ ଲଜ୍ଜିତ ହେବା। 5ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ, ଏଥିନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି।
ପତ୍ର (ଈଶ୍ବରଜନନୀଙ୍କ କଟିବନ୍ଧ ପାଇଁ)
1ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା। 2କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି। 3ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି; 4ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା, 5ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ। 6ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି, 7କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।
ସୁସମାଚାର
6ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ। 7ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ, 8ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ। 9ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନୌକା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ; 10କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ। 11ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର। 12ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ।
ସୁସମାଚାର (ମଙ୍ଗଳବାର ପାଇଁ)
13ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ। 14ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, 15ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ। 16ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ। 17ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ; 18ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ, 19ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
ସୁସମାଚାର (ଈଶ୍ବରଜନନୀଙ୍କ କଟିବନ୍ଧ ପାଇଁ)
38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। 40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। 41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, 42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।” 11:27ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ। 28ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 31 ନାଗରିକ ପଞ୍ଜିକାର ସେପ୍ଟେମ୍ବର 13। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର