Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 14

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 14 ସେପ୍ଟେମ୍ବର 2027

ମଙ୍ଗଳବାର · ସାଧାରଣ କାଳର 24ତମ ସପ୍ତାହ

ପର୍ବ ଓ ସନ୍ଥ

ପବିତ୍ର କ୍ରୁଶର ଉତ୍ତୋଳନ

ପର୍ବ · ଉପାସନାର ରଙ୍ଗ: ନାଲି

ଦିନର ପାଠ

ପ୍ରଥମ ପାଠ

ଗଣ 21:4–9

କିମ୍ବା: ଫିଲି 2:6–11

4ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା। 5ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ। 6ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡ଼ିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ। 7ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। 8ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।” 9ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।

ପ୍ରତିଉତ୍ତର ଗୀତ

ଗୀତ 78:1–2, 34–38

1ଆସଫର ମସ୍କୀଲ୍‍। ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର। 2ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି; 34ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ। 35ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ। 36ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ। 37କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ। 38ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।

ସୁସମାଚାର

ଯୋହ 3:13–17

13ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ। 14ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ, 15ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।” 16କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ। 17ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର